• Fri. Apr 17th, 2026

ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ଧରି ଭିଜିବ ସାରା ରାଜ୍ୟ

ByNewsodisha

Sep 2, 2025

 ନିୟୁଜ ଓଡିଶା ଲାଇଭ ବ୍ୟୁରୋ: ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା। ସକାଳୁ ଝିପିଝିପି ବର୍ଷା ଲାଗି ରହିଛି। ଉତ୍ତରରୁ ଦକ୍ଷିଣ ସବୁଠି ବର୍ଷା। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ଲାଗି ରହିଛି। ଏହି ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।  ଏହାର ପ୍ରଭାବରେ ୫ ଦିନ ଧରି ବର୍ଷା ହେବ। ଉପକୂଳ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ ଓ ଅନ୍ୟ ସଂଲଗ୍ନ ଜିଲ୍ଲାମାନଙ୍କରେ କିଛି କିଛି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହେଉଛି । ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ I ସେପଟେ ଆସନ୍ତା ୩ ଘଣ୍ଟା ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ପୁରୀ,କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *